ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୯୦୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୭ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଲେଖାଏଁ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ପ୍ରାଣ ହରାଇଛନ୍ତି।
ଏଣେ ଯାଜପୁରୁ ୪ ଜଣ ମୃତ୍ୟୁବରଣ କରିଥବା ବେଳେ ମୟୂରଭଞ୍ଜ କେନ୍ଦୁଝର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଅପରପକ୍ଷରେ ଢେଙ୍କାନାଳ, ପୁରୀ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ କଳାହାଣ୍ଡି ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।
ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୭, ୧୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୧, ୬୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୫୨୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/3yxbsY1
0 Comments