ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୬୩୪ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୯

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ଆଜି ୬୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୯ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୧୬ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ୭୩ ଜଣ କରୋନା ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଭଦ୍ରକରୁ ୩୧, ବାଲେଶ୍ୱରରୁ ୩୦, ଜଗତସିଂହପୁରରୁ ୨୮, ଯାଜପୁରରୁ ୨୭, ପୁରୀରୁ ୧୯, ମୟୂରଭଂଜରୁ ୧୪, ଅନୁଗୁଳରୁ ୧୩, ସମ୍ବଲପୁରରୁ ୧୨ ଓ କେନ୍ଦ୍ରାପଡ଼ାରୁ ୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ଢେଙ୍କାନାଳ ଜିଲ୍ଲାରୁ ୮, ସୁନ୍ଦରଗଡ଼ରୁ ୬, ଝାରସୁଗୁଡ଼ାରୁ ୫, କୋରାପୁଟରୁ ୪, ବରଗଡ଼, ଗଜପତି, ଗଂଜାମ, ନୟାଗଡ଼ରୁ ୩ ଜଣ ଲେଖାଏଁ, କନ୍ଧମାଳ, କେନ୍ଦୁଝର, ରାୟଗଡ଼ାରୁ ୨-୨ ଜଣ, ବଲାଙ୍ଗୀର, ଦେବଗଡ଼, କଳାହାଣ୍ଡି, ମାଲକାନଗିରି, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୬୩୪ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୯ first appeared on Sambad.

from କରୋନା | Sambad https://ift.tt/3zJdUeV

Post a Comment

0 Comments