ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୧ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୧,୯୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୫,୬୩,୪୨୧ ଓ ମୃତ୍ୟୁସଂଖ୍ୟା ୪,୪୬,୦୫୦ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୧,୯୯୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୮,୧୫,୭୩୧ରେ ପହଞ୍ଚିଛି। ­­­­­

Image Courtesy of India TV News

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୧,୬୦୪। ଗତ ୧୮୭ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୩,୩୯,୯୦,୦୪୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୭୧,୩୮,୨୦୫ ଡୋଜ୍‌ ଟିକା।

Image Courtesy of Business Standard

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୨ ତାରିଖ ସୁଦ୍ଧା ସମୁଦାୟ ୫୫,୮୩,୬୭,୦୧୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୭,୪୪୩ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧,୯୨୩ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୮୨ first appeared on Sambad.

from କରୋନା | Sambad https://ift.tt/3zzIaIT