ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ସାଢ଼େ ୨୩ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସ୍ବଳ୍ପ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୩,୫୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୭,୩୯,୯୮୦ ଓ ମୃତ୍ୟୁସଂଖ୍ୟା ୪,୪୮,୦୬୨ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୭୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୧୪,୮୯୮ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୭୭,୦୨୦।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୮,୩୪,୭୦,୫୭୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୫,୩୪,୩୦୬ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୯ତାରିଖ ସୁଦ୍ଧା ସମୁଦାୟ ୫୬,୮୯,୫୬,୪୩୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୦୬,୨୫୪ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩,୫୨୯ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୧୧ first appeared on Sambad.from କରୋନା | Sambad https://ift.tt/3kUNNNM
0 Comments