ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୮୦ ସଂକ୍ରମିତ ଚିହ୍ନଟ: ୧୮ ବର୍ଷରୁ କମ୍ ବୟସ୍କ ୭୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୭ ଜଣ, କଟକରୁ ୮୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୯ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୯ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୬୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୭ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୬ ଜଣ,ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୮, ୨୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୪,୧୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୯୬୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୮୦ ସଂକ୍ରମିତ ଚିହ୍ନଟ: ୧୮ ବର୍ଷରୁ କମ୍ ବୟସ୍କ ୭୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍ first appeared on Sambad.

from କରୋନା | Sambad https://ift.tt/3tKV85d

Post a Comment

0 Comments