ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୭୨୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୭,୬୬,୭୦୭ ଓ ମୃତ୍ୟୁସଂଖ୍ୟା ୪,୪୮,୩୩୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୨୪୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୪୩,୧୪୪ରେ ପହଞ୍ଚିଛି। ­­­­­

Image Courtesy of The Times of India

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୭୫,୨୨୪।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୯,୦୨,୦୮,୦୦୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୪,୪୦,୪୫୧ ଡୋଜ୍‌ ଟିକା।

Image Courtesy of Business Standard

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ସମୁଦାୟ ୫୭,୦୪,୭୭,୩୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୦,୮୯୯ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୭୨୭ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୭୭ first appeared on Sambad.

from କରୋନା | Sambad https://ift.tt/3D19CRV