ଭୁବନେଶ୍ବର :  ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ । କ୍ବାରାଣ୍ଟାଇନରୁ ୩୨୮ ଜଣ ଚିହ୍ନଟ ହୋଇଥିବାବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

 

ଚିହ୍ନଟ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ, କଟକରୁ ୬୧ ଜଣ,  ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, କୋରାପୁଟରୁ ୪, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୧୩  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଓଡ଼ିଶାରେ ୫୬୫ ନୂଆ କରୋନା ଆକ୍ରାନ୍ତ, ୧୮ ବର୍ଷରୁ କମ ବର୍ଗରେ ୬୩ first appeared on Sambad.

from କରୋନା | Sambad https://ift.tt/3zRoqRp