ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୮ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ ଶହରୁ ସାମାନ୍ୟ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୮,୯୪୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୧୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୦,୨୭,୬୨୧ ଓ ମୃତ୍ୟୁସଂଖ୍ୟା ୪,୪୦,୭୭୨ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୯୦୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୧,୮୧,୯୯୫ରେ ପହଞ୍ଚିଛି।

Image Courtesy of Opoyi

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୪,୮୭୪।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୮,୭୫,୪୧,୬୭୨ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Image Courtesy of India Today

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୫ତାରିଖ ସୁଦ୍ଧା ସମୁଦାୟ ୫୩,୧୪,୬୮,୮୬୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୧୦,୬୪୯ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮,୯୪୮ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୧୯ first appeared on Sambad.

from କରୋନା | Sambad https://ift.tt/3BCkTaO