ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୮ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୦ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୩ ଜଣ, ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୭୯ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୭, ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ ବି ୬୨୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୨୮ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋରଙ୍କୁ କରୋନା first appeared on Sambad.

from କରୋନା | Sambad https://ift.tt/3C7PTQ1