ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୧୩୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାଛଡ଼ା ଯାଜପୁର ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୦, ୨୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୬,୩୨୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୩୬  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୧୩୫କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3hO93Tz