ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୭ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭,୧୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୩,୧୬,୭୫୫ ଓ ମୃତ୍ୟୁସଂଖ୍ୟା ୪,୪୩,୪୯୭ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୦୧୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୫,୨୨,୧୭୧ରେ ପହଞ୍ଚିଛି।

Image Courtesy of The Times of India

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୫୧,୦୮୭।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୫,୮୯,୧୨,୨୭୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୧,୧୫,୬୯୦ ଡୋଜ୍‌ ଟିକା।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୪ ତାରିଖ ସୁଦ୍ଧା ସମୁଦାୟ ୫୪,୬୦,୫୫,୭୯୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୧୦,୮୨୯ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭,୧୭୬ ନୂଆ କୋଭିଡ୍‌ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୮୪ first appeared on Sambad.

from କରୋନା | Sambad https://ift.tt/395xKGa