ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୩୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୦ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୪ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୯୮ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧୧ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୧୭ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩୩ ଜଣ, କେଉଁଝରରୁ ୮ ଜଣ, ଖୋର୍ଦ୍ଧାରୁ ୩୪୬ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୩୭ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୧୦ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୧ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୧, ୫୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୬, ୩୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୧୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୮୦୫ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬ first appeared on Sambad.

from କରୋନା | Sambad https://ift.tt/3teaVtg