ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀ ଭୁବନେଶ୍ବରୁ ୨୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

 

ଆଜି ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୩୧୧ରେ ପହଞ୍ଚିଛି। ସେହିପରି ଏଯାବତ ୧୦୪୨୪୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୦୦୫ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି। ଏବେ ବି ରାଜଧାନୀରେ ୩୦୪୫ଟି କରୋନା ସକ୍ରିୟ ମାମଲା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୨୨୬ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳରୁ ୧୭୮ଜଣ ରହିଥିବା ବେଳେ କ୍ବାରେଣ୍ଟାଇନରୁ ୪୮ଜଣ ରହିଛନ୍ତି।

The post ରାଜଧାନୀରୁ ୨୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3l0drzA