ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୪୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୫ ଜଣ, କଟକରୁ ୭୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, କେଉଁଝରରୁ ୫ ଜଣ, ଖୋର୍ଦ୍ଧାରୁ ୩୨୭ ଜଣ,କୋରାପୁଟରୁ ୧୧ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୪, ୩୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୯, ୯୧୬୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୪୨  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୭୭୧ କରୋନା ସଂକ୍ରମିତ ଚିହ୍ନଟ, ୧୧୭ ଜଣ ଶିଶୁ ଓ କିଶୋର ପଜିଟିଭ୍ first appeared on Sambad.

from କରୋନା | Sambad https://ift.tt/3DY11AX