
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦ ଜଣ, ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ, ବାଲାଙ୍ଗୀର ୨ଜଣ, କଟକରୁ ୧୧୯ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୭ଜଣ, ଖୋର୍ଦ୍ଧାରୁ ୩୧୪ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ ପୁଲରୁ ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Covid-19 Report For 7th September
New Positive Cases: 762
Of which 0-18 years: 102
In quarantine: 443
Local contacts: 319(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 17
3. Bargarh: 13— I & PR Department, Odisha (@IPR_Odisha) September 8, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦୧୩୫୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯୯୮୫୯୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୮୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୨ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪ first appeared on Sambad.from କରୋନା | Sambad https://ift.tt/3tq3Jdn
0 Comments