ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୨୫୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୯୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୪,୭୮,୪୧୯ ଓ ମୃତ୍ୟୁସଂଖ୍ୟା ୪,୪୫,୧୩୩ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୯୩୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୭,୧୫,୧୦୫ରେ ପହଞ୍ଚିଛି। ­­­­­

Image Courtesy of Business Standard

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୧୮,୧୮୧।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୦,୮୫,୬୮,୧୪୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୩୭,୭୮,୨୯୬ ଡୋଜ୍‌ ଟିକା।

Image Courtesy of India Today

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୯ ତାରିଖ ସୁଦ୍ଧା ସମୁଦାୟ ୫୫,୩୬,୨୧,୭୬୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୭୭,୬୦୭ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୨୫୬ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୯୫ first appeared on Sambad.

from କରୋନା | Sambad https://ift.tt/3CHByuf