ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୭ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ସାମାନ୍ୟ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୭,୦୯୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୦୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୮,୫୭,୯୩୭ ଓ ମୃତ୍ୟୁସଂଖ୍ୟା ୪,୩୯,୫୨୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୫,୧୮୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୦,୨୮,୮୨୫ରେ ପହଞ୍ଚିଛି।

Image Courtesy of The Indian Express

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୮୯,୫୮୩।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୬,୩୦,୩୭,୩୩୪ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୮୧,୦୯,୨୪୪ଜଣଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ସମୁଦାୟ ୫୨,୪୮,୬୮,୭୩୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୮୪,୪୪୧ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭,୦୯୨ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୫୦୯ first appeared on Sambad.

from କରୋନା | Sambad https://ift.tt/3kPdTQW