ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪ ଜଣ, ବାଲେଶ୍ୱରରୁ ୩୪ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୫, କଟକରୁ ୭୭ ଜଣ,  ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୮ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୮୩ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୬ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୨, ୫୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ଭିତରୁ ୧୦,୦୮,୬୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୧୩  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୪୪ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୭୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍ first appeared on Sambad.

from କରୋନା | Sambad https://ift.tt/3nZ63rb