ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨ ଜଣ ଥିବା ବେଳେ ବାଲେଶ୍ବର, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୦, ୦୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୪, ୬୩୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୩୪୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/2WIyBdz