ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୪୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୧୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୯ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୫ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୨୬୧ ଜଣ, ମାଲକାନଗିରିରୁ ୯ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନବରଙ୍ଗପୁରୁ ୨ ଜଣ, ନୟାଗଡ଼ରୁ ୧୩ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୬ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୯, ୨୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୩, ୯୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୨୪୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୭୫୪ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ first appeared on Sambad.

from କରୋନା | Sambad https://ift.tt/3zHTLqf