ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୨୬ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୦୪୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୬,୭୮,୭୮୬ ଓ ମୃତ୍ୟୁସଂଖ୍ୟା ୪,୪୭,୧୯୪ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୯,୬୨୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୯,୩୧,୯୭୨ରେ ପହଞ୍ଚିଛି। ­­­­­

Image Courtesy of Mint

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୯୯,୬୨୦।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୬,୦୧,୫୯,୦୧୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୩୮,୧୮,୩୬୨ ଡୋଜ୍‌ ଟିକା।

Image Courtesy of Business Line

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୬ ତାରିଖ ସୁଦ୍ଧା ସମୁଦାୟ ୫୬,୪୪,୦୮,୨୫୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୬୫,୦୦୬ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୦୪୧ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୭୬ first appeared on Sambad.

from କରୋନା | Sambad https://ift.tt/3kGSGKj