ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୧୫୭କୁ ବୃଦ୍ଧି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଅନୁଗୁଳ, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪ ଜଣ, ବାଲେଶ୍ୱରରୁ ୩୪ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୫, କଟକରୁ ୭୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୮ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୮୩ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୬ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୨, ୫୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ଭିତରୁ ୧୦,୦୮,୬୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୧୫୭କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3i1RbVd

Post a Comment

0 Comments