ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୨୫ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୪୦୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୩୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୨,୮୯,୫୭୯ ଓ ମୃତ୍ୟୁସଂଖ୍ୟା ୪,୪୩,୨୧୩ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୬୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୪,୮୪,୧୫୯ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୬୨,୨୦୭।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୫,୨୨,୩୮,୩୨୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୭୮,୬୬,୯୫୦ ଡୋଜ୍ ଟିକା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫,୪୦୪ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୩୯ first appeared on Sambad.from କରୋନା | Sambad https://ift.tt/3Ehcn3a
0 Comments