ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୭୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୯୧ ଜଣ, କୋରାପୁଟରୁ ୧୬ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ ପୁଲରୁ ୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୮, ୯୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୪, ୮୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୯୦୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୨୮ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍ first appeared on Sambad.

from କରୋନା | Sambad https://ift.tt/3kircuh