ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ଯଥେଷ୍ଟ କମ୍‌ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୮,୩୨୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୬,୫୨,୭୪୫ ଓ ମୃତ୍ୟୁସଂଖ୍ୟା ୪,୪୬,୯୧୮ରେ ପହଞ୍ଚିଛି।

Image Courtesy of Zee News

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୬,୦୩୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୯,୦୨,୩୫୧ରେ ପହଞ୍ଚିଛି। ­­­­­

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୩,୪୭୬।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୫,୬୦,୮୧,୫୨୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୮,୪୨,୭୮୬ ଡୋଜ୍‌ ଟିକା।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୪ ତାରିଖ ସୁଦ୍ଧା ସମୁଦାୟ ୫୬,୩୨,୪୩,୨୪୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୮୮,୯୪୫ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮,୩୨୬ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୬୦ first appeared on Sambad.

from କରୋନା | Sambad https://ift.tt/3AJ3pcK