ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୦ ଜଣ, ବାଲେଶ୍ୱରରୁ ୩୨ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୯ ଜଣ, କଟକରୁ ୧୨୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୯ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୨୭ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୮ ଜଣ, କେଉଁଝରରୁ ୫ ଜଣ, ଖୋର୍ଦ୍ଧାରୁ ୨୯୭ ଜଣ, କୋରାପୁଟରୁ ୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୧୭ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୨୪ ଜଣ ଓ ଷ୍ଟେଟ ପୁଲରୁ ୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୫, ୦୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୯, ୮୫୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୭୪୫ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୧୧୯ ଜଣ ଶିଶୁ ଓ କିଶୋରଙ୍କୁ କରୋନା first appeared on Sambad.

from କରୋନା | Sambad https://ift.tt/3lcI5WA