ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧ ଜଣ ସଂକ୍ରମିତ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୫୭ ଜଣ ଶିଶୁ କିଶୋରଙ୍କୁ କରୋନା

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୨୬ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୮୧ ଜଣ, ଦେବଗଡ଼ରୁ୨ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୯୬ ଜଣ, ମାଲକାନଗିରିରୁ୨ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୯ ଜଣ, ସମ୍ୱଲପୁରରୁ ୧ଜଣ, ସୁନ୍ଦରଗଡ଼ରୁ ୧ ଜଣ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦,୧୬,୮୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୦୨, ୧୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬,୫୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧ ଜଣ ସଂକ୍ରମିତ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୫୭ ଜଣ ଶିଶୁ କିଶୋରଙ୍କୁ କରୋନା first appeared on Sambad.

from କରୋନା | Sambad https://ift.tt/3hmCQT5

Post a Comment

0 Comments