ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୧୮ ହଜାରରୁ ଟିକେ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୮୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୭୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୭,୧୬,୪୫୧ ଓ ମୃତ୍ୟୁସଂଖ୍ୟା ୪,୪୭,୭୫୧ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୧୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୯,୮୬,୧୮୦ରେ ପହଞ୍ଚିଛି। ­­­­­

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୮୨,୫୨୦।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୭,୬୬,୬୩,୪୯୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୫୪,୧୩,୩୩୨ ଡୋଜ୍‌ ଟିକା।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୬ ତାରିଖ ସୁଦ୍ଧା ସମୁଦାୟ ୫୬,୭୪,୫୦,୧୮୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୦୪,୭୧୩ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୭୦ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୭୮ first appeared on Sambad.

from କରୋନା | Sambad https://ift.tt/3CPInd0