ରାଜଧାନୀରୁ ୧୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୫ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୦ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୧୨୪୭୧ଜଣ ଚିହ୍ନଟ ହୋଇଥିବା ବେଳେ ୧୦୭୭୯୩ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୬୪୧ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୧୬ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

The post ରାଜଧାନୀରୁ ୧୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3EZqJWd

Post a Comment

0 Comments