ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୭ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୭,୮୭୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୬୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୦,୯୬,୭୧୮ ଓ ମୃତ୍ୟୁସଂଖ୍ୟା ୪,୪୧,୪୧୧ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୯,୧୧୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୨,୬୪,୦୫୧ରେ ପହଞ୍ଚିଛି।

Image Courtesy of NDTV

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୧,୨୫୬।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୦,୭୫,୪୩,୦୧୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ୭୮,୪୭,୬୨୫ଜଣଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୭ ତାରିଖ ସୁଦ୍ଧା ସମୁଦାୟ ୫୩,୪୯,୪୩,୦୯୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୫୩,୭୪୫ଟି ନମୁନା।

 

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭,୮୭୫ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୬୯ first appeared on Sambad.

from କରୋନା | Sambad https://ift.tt/3tpjxxd