ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୦୭୦କୁ ବୃଦ୍ଧି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି |

ଏହା ସହ ଆଜି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪ ଜଣ ଆକ୍ରାନ୍ତ ରହିଛନ୍ତି |

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୦୭୦କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3zSYw0j

Post a Comment

0 Comments