
ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24hrs under the BMC area on
26th September (till 9am). pic.twitter.com/pITiVij5Ut— BMC (@bmcbbsr) September 26, 2021
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୭ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୯ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୧୨୧୭୯ଜଣ ଚିହ୍ନଟ ହୋଇଥିବା ବେଳେ ୧୦୭୪୨୫ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୭୧୮ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୧୫ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
The post ରାଜଧାନୀରୁ ଚିହ୍ନଟ ହେଲେ ୧୭୬ଜଣ କରୋନା ଆକ୍ରାନ୍ତ first appeared on Sambad.
from କରୋନା | Sambad https://ift.tt/3m34XYS
0 Comments