
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୭ ହଜାରରୁ ସାମାନ୍ୟ କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ଯଥେଷ୍ଟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୯୬୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୮୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୫,୩୧,୪୯୮ ଓ ମୃତ୍ୟୁସଂଖ୍ୟା ୪,୪୫,୭୬୮ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୧୬୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୭,୮୩,୭୪୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୧,୯୮୯। ଗତ ୧୮୬ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୨,୬୫,୧୫,୭୫୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୧ ତାରିଖ ସୁଦ୍ଧା ସମୁଦାୟ ୫୫,୬୭,୫୪,୨୮୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୯୨,୩୯୫ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୯୬୪ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୮୩ first appeared on Sambad.from କରୋନା | Sambad https://ift.tt/2XGqf6I
0 Comments