ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ମହାମାରୀରୁ ୪୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୩ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୫୮୩ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଜଗତସିଂହପୁରରୁ ୨୯, ବାଲେଶ୍ୱରରୁ ୨୮, ଯାଜପୁରରୁ ୨୨, ଅନୁଗୁଳରୁ ୧୪, ମୟୂରଭଂଜ, ପୁରୀରୁ ୧୩-୧୩, ଭଦ୍ରକରୁ ୧୨, ଗଜପତିରୁ ୧୦, ସମ୍ବଲପୁରରୁ ୭ ଓ ଗଂଜାମରୁ ୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡ଼ାରୁ ୬, ରାୟଗଡ଼ାରୁ ୫, କନ୍ଧମାଳରୁ ୪, ଝାରସୁଗୁଡ଼ାରୁ ୩, କୋରାପୁଟ, ସୁନ୍ଦରଗଡ଼ରୁ ୨-୨, କଳାହାଣ୍ଡି, କେନ୍ଦୁଝର, ନବରଂଗପୁର, ନୟାଗଡ଼ରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୬୭ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୩ first appeared on Sambad.

from କରୋନା | Sambad https://ift.tt/2Yekq0e