ଭୁବନେଶ୍ବର: କୋଭିଡଜନିତ ମୃତ୍ୟୁରେ ପରିବାରକୁ ସହାୟତା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ସରକାର ପାଳନ କରିବେ ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି। ସେ କହିଛନ୍ତି, ସଂକ୍ରମିତ ହେବାର ମାସେ ମଧ୍ୟରେ ମୃତ୍ୟୁ ବରଣ କରିଥିବା କୋଭିଡ ରୋଗୀଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ଏସଓପି ଜାରି କରିବେ।

ଯେହେତୁ ୩୦ ଦିନ ଭିତରେ ଆତ୍ମହତ୍ୟା କରିଥିବା କିମ୍ବା ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ଏଥିରେ ସାମିଲ କରିବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି, ସେ ଦୃଷ୍ଟିରୁ ରାଜ୍ୟର କୋଭିଡ ମୃତ୍ୟୁ ସଂଖ୍ୟାରେ ଏ ସବୁକୁ ମିଶାଯିବ। ଏହାଫଳରେ ରାଜ୍ୟର ମୋଟ କୋଭିଡ ମୃତ୍ୟୁ ସଂଖ୍ୟା ବଢ଼ିବ। ନିୟମ ଅନୁସାରେ କୋଭିଡ ମୃତ୍ୟୁର ପୁନଃ ଅଡିଟ କରିବା ପାଇଁ ଜିଲ୍ଲାସ୍ତରରେ କମିଟି ଗଠନ ପାଇଁ ନିର୍ଦ୍ଦେଶ ରହିଛି। ତାହାକୁ ଆମେ ଅନୁପାଳନ କରିବୁ। ଏଣୁ ଏହି ପ୍ରକ୍ରିୟା ଭିତରେ ଯେଉଁମାନେ ରହିଛନ୍ତି, ସେମାନେ ଆବେଦନ କରି ପାରିବେ।

The post କୋଭିଡଜନିତ ମୃତ୍ୟୁରେ ସହାୟତା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ମାନିବେ ରାଜ୍ୟ ସରକାର: ଡିଏମଇଟି first appeared on Sambad.

from କରୋନା | Sambad https://ift.tt/3obDk2D