ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 2nd September
New Positive Cases: 849
Of which 0-18 years: 120
In quarantine: 495
Local contacts: 354(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 51
3. Bargarh: 3— I & PR Department, Odisha (@IPR_Odisha) September 3, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦ ଜଣ, ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୧ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୭ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୨ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୧୨ ଜଣ, ଖୋର୍ଦ୍ଧାରୁ ୩୪୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରୁ ୪ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୩୧ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୦, ୦୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୪, ୬୩୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୩୪୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/3jFKn0H
0 Comments