ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଏବଂ ଯାଜପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୪, ୩୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୯, ୯୧୬୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୪୨  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୦୭୮କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3yX5aS3