ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪,୪୦୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୨୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୩,୮୧,୭୨୮ ଓ ମୃତ୍ୟୁସଂଖ୍ୟା ୪,୪୪,୨୪୮ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୯୫୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୫,୯୮,୪୨୪ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୩୯,୦୫୬।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୭,୨୪,୨୫,୭୪୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୩,୯୭,୯୭୨ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୬ ତାରିଖ ସୁଦ୍ଧା ସମୁଦାୟ ୫୪,୯୨,୨୯,୧୪୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୭,୪୨୦ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪,୪୦୩ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୨୦ first appeared on Sambad.from କରୋନା | Sambad https://ift.tt/39bSLPp
0 Comments