ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୫ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୬୬୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୮୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୪,୧୭,୩୯୦ ଓ ମୃତ୍ୟୁସଂଖ୍ୟା ୪,୪୪,୫୨୯ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୩,୭୯୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୬,୩୨,୨୨୨ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୪୦,୬୩୯।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୨.୫ କୋଟି ଡୋଜ୍ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୭ ତାରିଖ ସୁଦ୍ଧା ସମୁଦାୟ ୫୫,୦୭,୮୦,୨୭୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୪୮,୮୩୩ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫,୬୬୨ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୮୧ first appeared on Sambad.from କରୋନା | Sambad https://ift.tt/3lBmw1Z
0 Comments