
ଭୁବନେଶ୍ୱର: ପିଲାମାନଙ୍କୁ ଏଣିକି ସ୍କୁଲ ପରିସରରେ ବାଧ୍ୟତାମୂଳକ ଭାବେ ମାସ୍କ ପିନ୍ଧିବାକୁ ହେବ। ମାସ୍କ ପିନ୍ଧି ନଥିଲେ ସ୍କୁଲ ଭିତରକୁ ପ୍ରବେଶ କରିପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ଼ଲାଇନ ଜାରି ହୋଇଛି। ପୂର୍ବ ଗାଇଡ଼ଲାଇନ ସହ ଅନ୍ୟ ଗାଇଡ଼ଲାଇନକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦେଶ ହୋଇଛି।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଡିଇଓମାନଙ୍କୁ ଲେଖାଯାଇଥିବା ଚିଠିରେ କୁହାଯାଇଛି ଯେ ସବୁ ପିଲା ଯେପରି ମାସ୍କ ପିନ୍ଧି କ୍ୟାମ୍ପସକୁ ଆସିବେ, ସେନେଇ ସ୍କୁଲ କର୍ତ୍ତୃପକ୍ଷ ଗୁରୁତ୍ୱ ଦେବେ। ବିନା ମାକ୍ସରେ କାହାରିକୁ ବି କ୍ୟାମ୍ପସକୁ ପ୍ରବେଶ କରିବାକୁ ଦିଆଯିବ ନାହିଁ। କରୋନା ମୁକାବିଲା ତଥା ପରିଚାଳନା ପାଇଁ ବିଦ୍ୟାଳୟ ଉନ୍ନୟନ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରାଯିବ। ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କର ଥର୍ମାଲ ସ୍କ୍ରିନିଂ ସହ ହାତକୁ ବିଶୋଧନ କରିବାର ବ୍ୟବସ୍ଥା କରାଯିବ । ଥଣ୍ଡା, କାଶ ଭଳି ସାମାନ୍ୟ ଲକ୍ଷଣ ଦେଖାଦେଲେ, ଶିକ୍ଷକ ଓ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସିପାରିବେ ନାହିଁ। ବ୍ଲକ୍ ରିସୋର୍ସ ସେଣ୍ଟର କୋର୍ଡିନେଟର (ବିଆରସିସି) ଓ କ୍ଲଷ୍ଟର ରିସୋର୍ସ ସେଣ୍ଟର କୋର୍ଡିନେଟର (ସିଆରସିସି) ପର୍ଯ୍ୟାୟକ୍ରମେ ବିଦ୍ୟାଳୟ ବୁଲି ତଦାରଖ କରିବେ। ଶ୍ରେଣୀଗୃହ ଶିକ୍ଷାଦାନ ତଥା ଅଫ୍ଲାଇନ୍ ପାଠପଢ଼ା ଆରମ୍ଭ ହୋଇଥିଲେ ମଧ୍ୟ ଅନ୍ଲାଇନ୍ ପାଠପଢ଼ା ଜାରି ରହିବ। ବିଦ୍ୟାଳୟ ଆସିବାକୁ ଛାତ୍ରଛାତ୍ରୀଙ୍କୁ ସ୍କୁଲ କର୍ତ୍ତୃପକ୍ଷ ବାଧ୍ୟ କରିପାରିବେ ନାହିଁ।
The post ମାସ୍କ ନ ପିନ୍ଧିଥିଲେ ସ୍କୁଲ ଭିତରକୁ ପଶି ପାରିବେନି ଛାତ୍ରଛାତ୍ରୀ, ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ଼ଲାଇନ୍ ଜାରି first appeared on Sambad.from କରୋନା | Sambad https://ift.tt/3naz2I9
0 Comments