
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍ ମହାମାରୀରୁ ୪୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ସର୍ବାଧିକ ୧୯୨ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୭୪୯ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଜଗତସିଂହପୁରରୁ ୨୬, ବାଲେଶ୍ୱରରୁ ୨୧, ଯାଜପୁରରୁ ୧୬, ପୁରୀରୁ ୧୫, ସମ୍ବଲପୁରରୁ ୧୪, ମୟୂରଭଂଜରୁ ୧୩, ଢେଙ୍କାନାଳରୁ ୧୨, କେନ୍ଦ୍ରାପଡ଼ାରୁ ୮ ଓ ଝାରସୁଗୁଡ଼ାରୁ ୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।
ସେହିପରି ଗଂଜାମ ଜିଲ୍ଲାରୁ ୪, ଦେବଗଡ଼, ନୟାଗଡ଼, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, କୋରାପୁଟ, ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ, ମାଲକାନଗିରି, ରାୟଗଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୪୩୮ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୨ first appeared on Sambad.from କରୋନା | Sambad https://ift.tt/3Bujljv
0 Comments