୭୫ ଶିଶୁ ଓ କିଶୋରଙ୍କ ସମେତ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୦ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୭୫ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୧୪ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୨୫୦ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୦ ହଜାର ୫୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୭ ହଜାର ୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୧୧୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ୭୫ ଶିଶୁ ଓ କିଶୋରଙ୍କ ସମେତ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/2YCbUsj

Post a Comment

0 Comments