ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ମହାମାରୀରୁ ୫୬୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ସର୍ବାଧିକ ୨୭୯ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୭୪୨ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି।

କଟକ ଜିଲ୍ଲାରୁ ଆଜି ୬୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ୨୪, ମୟୂରଭଂଜରୁ ୨୨, ଜଗତସିଂହପୁରରୁ ୧୯, କେନ୍ଦ୍ରାପଡ଼ାରୁ ୧୪, ପୁରୀରୁ ୧୨, ବାଲେଶ୍ୱରରୁ ୧୧, ସମ୍ବଲପୁରରୁ ୭, ଢେଙ୍କାନାଳ ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ଗଂଜାମ, କୋରାପୁଟରୁ ୩-୩ ଜଣ, ଭଦ୍ରକ, ନୟାଗଡ଼, ରାୟଗଡ଼ାରୁ ୩ ଜଣ ଲେଖାଏଁ, ବରଗଡ଼, ଝାରସୁଗୁଡ଼ାରୁ ୨-୨ ଜଣ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର, ମାଲକାନଗିରି, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୬୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୫୬୨ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୯ first appeared on Sambad.

from କରୋନା | Sambad https://ift.tt/3j8ogzi