ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁର, କଟକ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। କଟକ ଜିଲ୍ଲାରୁ ଜଣେ ୫୮ ବର୍ଷିୟ ପୁରୁଷଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ ଖୋର୍ଦ୍ଧାର ୫୮ ବର୍ଷୀୟା ମହିଳା ଆକ୍ରାନ୍ତ ଥିବା ସୂଚନା ମିଳିଛି। ଏଣେ ଭୁବନେଶ୍ୱରର ମୃତକଙ୍କ ଭିତରେ ଅଛନ୍ତି ଜଣେ ୪୯ ବର୍ଷିୟ ପୁରୁଷ ଓ ଜଣେ ୮୦ ବର୍ଷର ମହିଳା। ଅପରପକ୍ଷରେ ଯାଜପୁର ଜିଲ୍ଲାର ଜଣେ ୬୧ ବର୍ଷୀୟା ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଭଦ୍ରକ ଜିଲ୍ଲାର ଜଣେ ବର୍ଷୀୟା ମହିଳା କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୩ ହଜାର ୮୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୦ ହଜାର ୧୬୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୩୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୨୭୪କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3oXsFJj