ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮,୮୩୩ ଥିବା ବେଳେ ମୃତ୍ୟୁସଂଖ୍ୟା ୨୭୮ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୮୩୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୮,୭୧,୮୮୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୭୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୪୯,୫୩୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୪,୭୭୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୧,୭୫,୬୫୬।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୪୬,୬୮୭। ବିଗତ ୨୦୩ ଦିନ ମଧ୍ୟରେ ଏହା ସର୍ବନିମ୍ନ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୨,୧୭,୬୫,୪୦୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୯,୪୮,୩୬୦ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୫ ତାରିଖ ସୁଦ୍ଧା ସମୁଦାୟ ୫୭,୬୮,୦୩,୮୬୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୦୯,୮୨୫ଟି ନମୁନା।
from କରୋନା | Sambad https://ift.tt/3uInv4J
0 Comments