ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 13th October
New Positive Cases: 521
Of which 0-18 years: 65
In quarantine: 304
Local contacts: 217(Details of local contacts will be shared by concerned Dist Administration)
1. Angul: 2
2. Balasore: 17
3. Bargarh: 3
4. Bhadrak: 3
5. Balangir: 4— I & PR Department, Odisha (@IPR_Odisha) October 14, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୭ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୩ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୬୦ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, ଖୋର୍ଦ୍ଧାରୁ ୨୪୯ ଜଣ, କୋରାପୁଟରୁ ୬ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୯ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୩ ହଜାର ୮୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୦ ହଜାର ୧୬୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୩୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ୬୫ ଶିଶୁ ଓ କିଶୋରଙ୍କ ସମେତ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୨୧ କରୋନା ପଜିଟିଭ୍ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/3DGpVUy
0 Comments