ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ମହାମାରୀରୁ ୪୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ୧୯୯ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୬୪୫ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୭୬ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୨୬, ପୁରୀରୁ ୨୩, ସମ୍ବଲପୁରରୁ ୨୧, ଜଗତସିଂହପୁରରୁ ୧୯, ବାଲେଶ୍ୱରରୁ ୧୬, ଯାଜପୁରରୁ ୧୨, କେନ୍ଦ୍ରାପଡ଼ାରୁ ୧୧, ସୁନ୍ଦରଗଡ଼ରୁ ୬ ଓ ନୟାଗଡ଼ରୁ ୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ଅନୁଗୁଳ, ଗଂଜାମ, କୋରାପୁଟରୁ ୩ ଜଣ ଲେଖାଏଁ, ଦେବଗଡ଼, କେନ୍ଦୁଝରରୁ ୨-୨ ଣ, ବରଗଡ଼, ଭଦ୍ରକ, ଗଜପତି, ଝାରସୁଗୁଡ଼ା, କନ୍ଧମାଳ, ରାୟଗଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୭୭ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୯ first appeared on Sambad.

from କରୋନା | Sambad https://ift.tt/3mW2fVu