ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ୍‌ ମହାମାରୀରୁ ୫୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୪୧୨ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୪୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରୁ ୨୯, ଜଗତସିଂହପୁରରୁ ୨୮, ସମ୍ବଲପୁରରୁ ୨୩, ଯାଜପୁରରୁ ୧୯, ଅନୁଗୁଳ, ମୟୂରଭଂଜରୁ ୧୩, ପୁରୀରୁ ୧୨, ଭଦ୍ରକ ଓ ସୁନ୍ଦରଗଡ଼ରୁ ୧୦-୧୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ଢେଙ୍କାନାଳ, ସୁବର୍ଣ୍ଣପୁରରୁ ୫-୫ ଜଣ, ଗଂଜାମ, ନୟାଗଡ଼, ରାୟଗଡ଼ାରୁ ୩ ଜଣ ଲେଖାଏଁ, ଦେବଗଡ଼, ଗଜପତି, ଝାରସୁଗୁଡ଼ା, କୋରାପୁଟରୁ ୨-୨ ଜଣ କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ମାଲକାନଗିରିରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୬୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୫୭୯ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ first appeared on Sambad.

from କରୋନା | Sambad https://ift.tt/3uC2fh4