ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକରୁ ୩୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୪ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୧୫୨ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୮ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୧ ହଜାର ୭୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୨୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୧୬ କରୋନା ପଜିଟିଭ୍ ଚିହ୍ନଟ, ୫୧ ଜଣ ଶିଶୁ ଓ କିଶୋର ସଂକ୍ରମିତ first appeared on Sambad.

from କରୋନା | Sambad https://ift.tt/2ZHl3zN