୨୪ ଘଣ୍ଟାରେ ଭାରତରେ ୧୨,୩୮୦ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪୪୬

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ ଢେର୍‌ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ସାଢ଼େ ୫ ଶହ ପାଖାପାଖି ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୩୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୭୩,୩୦୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୪୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୮,୧୮୬ରେ ପହଞ୍ଚିଛି।

Image Courtesy of Zee News

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୬୬୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୫୫,୪୪୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୫୯,୨୭୨। ଗତ ୨୪୭ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୬,୧୪,୪୦,୩୩୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୩୦ ତାରିଖ ସୁଦ୍ଧା ସମୁଦାୟ ୬୦,୮୩,୧୯,୯୧୫ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୧,୩୫,୧୪୨ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୧୨,୩୮୦ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪୪୬ first appeared on Sambad.

from କରୋନା | Sambad https://ift.tt/2ZylgW6

Post a Comment

0 Comments